1 Könige 17
Die Raben ernähren Elia
1ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।” 2ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 3ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟରେ ଆପଣାକୁ ଲୁଚାଅ। 4ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।” 5ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍ ନଦୀ ନିକଟକୁ ଯାଇ ବାସ କଲେ। 6ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ। 7ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
Das Mehl, das nicht ausging
8ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 9ଯଥା, “ଉଠ, ସୀଦୋନର ସାରିଫତ୍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।” 10ତହିଁରେ ସେ ଉଠି ସାରିଫତ୍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।” 11ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।” 12ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।” 13ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର। 14କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।” 15ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
16ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
Elia erweckt den Sohn der Witwe
17ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ। 18ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!” 19ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ। 20ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?” 21ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।” 22ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା। 23ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।” 24ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”