Römer 2

Du, der du richtest, tust dasselbe

1ଅତଏବ, ହେ ମନୁଷ୍ୟ, ଯେ ତୁମ୍ଭେ ବିଚାର କରୁଥାଅ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ତୁମ୍ଭେ ଯେ ବିଚାର କରୁଥାଅ, ସେହି ପ୍ରକାର କର୍ମ ମଧ୍ୟ କରୁଥାଅ। 2ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ବରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ। 3ଆଉ, ହେ ଭାଇ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ବରଙ୍କ ନ୍ୟାୟବିଚାରରୁ ପଳାୟନ କରିପାର ବୋଲି କଅଣ ମନେ କରୁଅଛ?

4କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? 5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; 6ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; 7ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ, 8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ। 9ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ, 10ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ। 11କାରଣ ଈଶ୍ବରଙ୍କ ନିକଟରେ ମୁଖାପେକ୍ଷା ନାହିଁ।

12ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ, 13କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ। 14ଯେଣୁ ଅଣଯିହୁଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି; 15କାରଣ ସେମାନେ ମୋଶାଙ୍କ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ; 16ଯେଉଁ ଦିନରେ ଈଶ୍ବର, ମୁଁ ପ୍ରଚାର କରୁଥିବା ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।

Die Beschneidung des Herzens

17କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ, 18ଆଉ ମୋଶାଙ୍କ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି, ଭଲ ମନ୍ଦର ପ୍ରଭେଦ ବୁଝୁଅଛ, 19ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ, 20ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ, 21ତେବେ ଯଦି ତୁମ୍ଭେ ଯେ ପରକୁ ଶିକ୍ଷା ଦେଉଅଛ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?

22ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ? 23ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ବରଙ୍କୁ ଅନାଦର କରୁ ନାହଁ? 24କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।” 25ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ। 26ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?

27ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ। 28କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; 29କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।

Kopiert!
Aa