2 Crónicas 4

El altar y el mar de bronce

1ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ। 2ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା। 3ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ। 4ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା। 5ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।

Las fuentes, los candeleros y las mesas

6ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା। 7ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ। 8ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।

Los atrios del templo

9ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ। 10ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।

La obra de bronce se termina

11ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା। 12ଅର୍ଥାତ୍‍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ 13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା। 14ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; 15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ 16ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା। 17ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ। 18ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।

Los utensilios de oro

19ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ; 20ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ 21ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ; 22ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।

¡Copiado!
Aa