2 Reyes 2
Elías es llevado en el torbellino
1ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ। 2ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍କୁ ଗଲେ। 3ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” 4ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ। 5ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।” 6ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ। 7ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ। 8ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
9ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।” 10ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।” 11ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ। 12ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ। 13ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ। 14ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
El espíritu de Elías reposa sobre Eliseo
15ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ। 16ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।” 17ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ। 18ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
Las aguas son sanadas
19ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।” 20ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ। 21ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।” 22ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
Los muchachos que se burlaron de Eliseo
23ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।” 24ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ। 25ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।