1 Timothée 5
Traite l'Église comme une famille
1ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
Honore les veuves
3ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। 4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ। 5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ; 6କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ। 7ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ। 8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ। 9ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ, 10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
11କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି; 12ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି। 13ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି। 14ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ; 15କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି। 16ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।
Honore les anciens
17ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। 18କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।” 19ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ। 20ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
Une recommandation devant Dieu
21ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ। 22ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ। 23ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର। 24କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ। 25ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ।