Jean 16
L'avertissement sur la persécution
1“ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି। 2ସେମାନେ ତୁମ୍ଭମାନଙ୍କୁ ସମାଜଗୃହରୁ ବାହାର କରିବେ, ହଁ, ଏପରି ସମୟ ଆସୁଅଛି, ଯେତେବେଳେ ଯେ କେହି ତୁମ୍ଭମାନଙ୍କୁ ବଧ କରେ, ସେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉପାସନାରୂପ ବଳି ଉତ୍ସର୍ଗ କରୁଅଛି ବୋଲି ମନେ କରିବ। 3ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାନ୍ତି। 4ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥିନିମନ୍ତେ ମୁଁ ଏହିସବୁ କଥା ତୁମ୍ଭମାନଙ୍କୁ କହିଅଛି। ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହିସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ।”
L'oeuvre de l'Esprit
5“କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ। 6ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିବାରୁ ତୁମ୍ଭମାନଙ୍କ ହୃଦୟ ଦୁଃଖରେ ପରିପୂର୍ଣ୍ଣ ହୋଇଅଛି। 7କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି। 8ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ; 9ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ; 10ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; 11ନ୍ୟାୟବିଚାର ବିଷୟରେ କାରଣ ଏହି ଜଗତର ଅଧିପତି ବିଚାରିତ ହୋଇଅଛି। 12ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।
13କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହିସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ। 14ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋʼ ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ। 15ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।” 16“ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।”
La tristesse changée en joie
17ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ? 18ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ। 19ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’ 20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ। 21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ। 22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ।
Demandez en mon nom
23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ। 24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।” 25“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି। 26ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; 27କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ। 28ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।” 29ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି। 30ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ? 32ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି। 33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”