Luc 12

Le levain des pharisiens

1ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ। 2କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। 3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”

Craignez Dieu, non les hommes

4“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। 5କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। 6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। 7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”

Confesser Christ devant les hommes

8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; 9କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। 10ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। 11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; 12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”

Le riche insensé

13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ। 14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?” 15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।” 16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। 17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। 18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, 19ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; 20କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?

21ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”

Ne vous inquiétez pas

22ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। 23କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ। 24କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!

25ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ? 26ଅତଏବ, ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ, ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ? 27କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଦେଖ, ସେଗୁଡ଼ିକ କିପରି ସୂତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ; ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ। 28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!

29ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ, 30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି। 31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”

Le trésor dans le ciel

32“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ। 33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର, 34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”

Prêts pour le retour du maître

35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ; 36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ। 37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ। 38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ। 39କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ। 40ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” 41ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?

42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ? 43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ। 45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, 46ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ। 47ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, 48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”

Non la paix, mais la division

49“ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କଅଣ ବାଞ୍ଛା? 50ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି। 51ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି। 52କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ। 53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”

Discerner les signes du temps

54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ; 55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ। 56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”

Arrange-toi avec ton adversaire

57“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ? 58କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ। 59ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”

Copié !
Aa