Psaumes 138
Tu m'as répondu le jour où j'ai crié
1ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। 2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। 3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ। 4ହେ ସଦାପ୍ରଭୋ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। 5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍। 6ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। 7ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। 8ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।