Psalms 87

All my springs are in you

1ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

Copied!
Aa