1 Samuele 31
La morte di Saul
1ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। 2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। 3ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ। 4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। 5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା। 6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
I Filistei occupano le città
7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ। 8ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ। 9ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। 10ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
Gli uomini di Iabes onorano Saul
11ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ, 12ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ। 13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।