2 Re 11

Atalia uccide la famiglia reale

1ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା। 2ମାତ୍ର ଯୋରାମ୍‍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍‍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ। 3ଆଉ ସେ ତାହା ସହିତ ସଦାପ୍ରଭୁଙ୍କ ଗୃହରେ ଛଅ ବର୍ଷ ଗୋପନରେ ରହିଲା; ପୁଣି ଅଥଲୀୟା ଦେଶରେ ରାଜ୍ୟ କଲା।

Il bambino re è incoronato

4ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଲୋକ ପଠାଇ କରୀୟମାନଙ୍କର ଓ ପ୍ରହରୀବର୍ଗର ଶତପତିମାନଙ୍କୁ ଅଣାଇ ସଦାପ୍ରଭୁଙ୍କ ଗୃହକୁ ଆପଣା ନିକଟକୁ ନେଲା; ଆଉ ସେ ସେମାନଙ୍କ ସହିତ ନିୟମ କରି ସଦାପ୍ରଭୁଙ୍କ ଗୃହରେ ସେମାନଙ୍କୁ ଶପଥ କରାଇ ରାଜପୁତ୍ରଙ୍କୁ ଦେଖାଇଲା। 5ଆଉ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କ ତୃତୀୟାଂଶ ରାଜଗୃହର ରକ୍ଷଣୀୟ ରକ୍ଷା କରିବେ, 6ଓ ତୃତୀୟାଂଶ ସୂର ଦ୍ୱାରରେ ରହିବେ ଓ ତୃତୀୟାଂଶ ପ୍ରହରୀବର୍ଗର ପଶ୍ଚାତ୍‍ ଦ୍ୱାରରେ ରହିବେ; ଏହିରୂପେ ତୁମ୍ଭେମାନେ ଗୃହର ରକ୍ଷଣୀୟ ରକ୍ଷା କରି ପ୍ରତିରୋଧକ ହେବ। 7ଆଉ ତୁମ୍ଭମାନଙ୍କର ଦୁଇ ଦଳ, ଅର୍ଥାତ୍‍, ବିଶ୍ରାମବାରରେ ବାହାରକୁ ଯିବା ଲୋକ ସମସ୍ତେ ରାଜାଙ୍କ ସମୀପରେ ସଦାପ୍ରଭୁଙ୍କ ଗୃହର ରକ୍ଷଣୀୟ ରକ୍ଷା କରିବେ। 8ପୁଣି ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ଅସ୍ତ୍ର ନେଇ ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବ; ଆଉ ଯେକେହି ଶ୍ରେଣୀ ଭିତରକୁ ଆସେ, ସେ ହତ ହେଉ ଓ ରାଜା ବାହାରକୁ ଯିବା ବେଳେ ଓ ଭିତରକୁ ଆସିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।” 9ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ। 10ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା। 11ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।

12ସେତେବେଳେ ସେ ରାଜପୁତ୍ର ଯୋୟାଶ୍‍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”

La morte di Atalia

13ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା। 14ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା। 15ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।” 16ତହୁଁ ସେମାନେ ତାହା ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହକୁ ଯିବା ଅଶ୍ୱଦ୍ୱାରର ପଥ ଦେଇ ଗଲା ଓ ସେଠାରେ ହତ ହେଲା।

Il patto è rinnovato

17ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ସଦାପ୍ରଭୁଙ୍କର ଏବଂ ରାଜା ଓ ଲୋକମାନଙ୍କ ମଧ୍ୟରେ ଏକ ନିୟମ କଲା; ରାଜା ଓ ଲୋକମାନଙ୍କ ମଧ୍ୟରେ ହିଁ ନିୟମ କଲା। 18ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା। 19ପୁଣି ଯିହୋୟାଦା ଶତପତିମାନଙ୍କୁ ଓ କରୀୟମାନଙ୍କୁ ଓ ପ୍ରହରୀବର୍ଗକୁ ଓ ଦେଶର ସମଗ୍ର ଲୋକଙ୍କୁ ନେଲା; ତହୁଁ ସେମାନେ ସଦାପ୍ରଭୁଙ୍କ ଗୃହରୁ ରାଜାଙ୍କୁ ଆଣି ପ୍ରହରୀବର୍ଗର ଦ୍ୱାର ଦେଇ ରାଜଗୃହକୁ ଆସିଲେ। ଏଥିରେ ଯୋୟାଶ୍‍ ରାଜସିଂହାସନରେ ଉପବିଷ୍ଟ ହେଲେ। 20ଏହିରୂପେ ଦେଶର ସମୁଦାୟ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ ସେମାନେ ରାଜଗୃହ ନିକଟରେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ। 21ଯୋୟାଶ୍‍ ସାତ ବର୍ଷ ବୟସରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Copiato!
Aa