Levitico 25

Il settimo anno di riposo

1ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ, 2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ। 3ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ। 4ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ। 5ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ। 6ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର; 7ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।

L'anno del giubileo

8ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ। 9ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ। 10ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ। 11ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। 12କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ।

Ognuno torna alla sua proprietà

13ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ। 14ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। 15ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ। 16ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ। 17ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

La benedizione dell'ubbidienza

18ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ। 19ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ। 20ଆଉ ତୁମ୍ଭେମାନେ ଯଦି କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?

21ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ। 22ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।

La terra appartiene a Dio

23ଆଉ, ଭୂମି ସଦାକାଳ ନିମନ୍ତେ ବିକ୍ରୟ କରାଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ। 24ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ। 25ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ। 26ପୁଣି, ଯଦି ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ, 27ତେବେ ସେ ତହିଁର ବିକ୍ରୟ ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। 28ମାତ୍ର ଯଦି ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକ୍ରୟ କରିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ। 29ଆଉ, ଯଦି କେହି ପ୍ରାଚୀର-ବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ। 30ମାତ୍ର ଯଦି ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀର-ବେଷ୍ଟିତ ନଗର ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ।

31ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ। 32ମାତ୍ର ଲେବୀୟମାନଙ୍କର ନଗରସକଳ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ। 33ପୁଣି, ଯଦି କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର। 34ମାତ୍ର ସେମାନଙ୍କ ନଗରର ପ୍ରାନ୍ତର ଭୂମି ବିକ୍ରୟ କରାଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର।

Aiuta il tuo fratello impoverito

35ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନ ଯାପନ କରିବ। 36ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି (ଦେଢ଼ଗୁଣ ସୁଧହାର) ନିଅ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନ ଯାପନ କରିବ। 37ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି (ଦେଢ଼ଗୁଣ ସୁଧହାର) ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ। 38ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।

Non trattarlo come schiavo

39ଆଉ ଯଦି ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧାଦାସ ପରି ପରିଶ୍ରମ କରାଇବ ନାହିଁ। 40ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ। 41ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ। 42କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ। 43ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ। 44ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ। 45ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନଗଣଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେଉଁ ଯେଉଁ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ। 46ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ୱ କରିବ ନାହିଁ।

Il diritto di riscatto

47ଆଉ ଯଦି ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକ୍ରୟ କରେ; 48ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ। 49କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ; ଅବା ଯଦି ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ। 50ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ। 51ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ। 52ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ। 53ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ୱ କରିବ ନାହିଁ। 54ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।

55କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Copiato!
Aa