Neemia 13
Gli stranieri sono separati
1ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ, 2କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ। 3ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ କଲେ।
Tobia è cacciato fuori
4ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା, 5ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ। 6ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି; 7ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି। 8ଏଥିରେ ମୁଁ ଅତ୍ୟନ୍ତ କ୍ରୋଧିତ ହୋଇ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ଫୋପାଡ଼ି ଦେଲି। 9ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି।
Le decime sono ristabilite
10ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ। 11ତହିଁରେ “କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି?” ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି। 12ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ। 13ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ଡାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୁରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ୱସ୍ତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା। 14ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।
Il sabato è custodito
15ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି। 16ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ। 17ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?
18ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।” 19ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି। 20ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ। 21ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ। 22ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।
Vietati i matrimoni con straniere
23ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି; 24ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ। 25ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ। 26ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ। 27ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?” 28ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି। 29ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି। 30ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି;
31ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।