Salmi 120

Nella mia angoscia invoco il Signore

1ଆରୋହଣ ଗୀତ। ମୁଁ ଆପଣା ବିପଦରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି, ତହିଁରେ ସେ ମୋତେ ଉତ୍ତର ଦେଲେ। 2ହେ ସଦାପ୍ରଭୋ, ମିଥ୍ୟାବାଦୀ ଓଷ୍ଠାଧରରୁ ଓ ପ୍ରବଞ୍ଚକ ଜିହ୍ୱାରୁ ମୋʼ ପ୍ରାଣକୁ ଉଦ୍ଧାର କର। 3ହେ ପ୍ରବଞ୍ଚକ ଜିହ୍ୱେ, ତୁମ୍ଭକୁ କଅଣ ଦିଆଯିବ ଓ ତୁମ୍ଭ ପ୍ରତି ଅଧିକ କଅଣ କରାଯିବ?

4ବୀରର ତୀକ୍ଷ୍ଣ ତୀର ଓ ରେତମ କାଷ୍ଠର ଅଙ୍ଗାର ସହ ଦଣ୍ଡ ଦେବେ। 5ହାୟ, ହାୟ, ମୁଁ ମେଶକ୍‍ରେ ପ୍ରବାସ କରେ। ମୁଁ କେଦାରର ତମ୍ବୁସମୂହ ମଧ୍ୟରେ ବାସ କରେ। 6ଶାନ୍ତି ଘୃଣାକାରୀ ଲୋକ ସହିତ ମୋʼ ପ୍ରାଣ ଦୀର୍ଘ କାଳ ବାସ କରିଅଛି। 7ମୁଁ ଶାନ୍ତି ଚାହେଁ; ମାତ୍ର ମୁଁ କଥା କହିଲେ, ସେମାନେ ଯୁଦ୍ଧ ଚାହାନ୍ତି।

Copiato!
Aa