사무엘하 8
다윗의 승리들
1ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ। 2ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ। 3ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ। 4ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ। 5ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ। 6ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ। 7ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ-ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ। 8ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
9ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ, 10ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା। 11ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ, 12ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ। 13ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରିଆସି ବଡ଼ ନାମ ପାଇଲେ। 14ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
다윗의 신하들
15ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ। 16ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା; 17ପୁଣି ଅହୀଟୂବ୍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା; 18ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।