시편 3

많은 사람이 나를 치러 일어나다

1ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। 2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା] 3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ। 4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା] 5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। 6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ। 7ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ। 8ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]

복사됨!
Aa