시편 46

하나님은 우리의 피난처요 힘이시라

1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। 2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ; 3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। [ସେଲା] 4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ। 5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ। 6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା। 7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। 8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି। 10“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।” 11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]

복사됨!
Aa