역대상 10
사울의 죽음
1ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ। 2ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କ ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ, ଅବୀନାଦବକୁ ଓ ମଲ୍କୀଶୂୟକୁ ବଧ କଲେ। 3ଏହିରୂପେ ଶାଉଲଙ୍କ ସଙ୍ଗେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଆହତ ହେଲେ। 4ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ କୌତୁକ କରିବେ।” ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ। 5ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କର ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ମଲା। 6ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ସମସ୍ତ ପରିଜନ ଏକାସଙ୍ଗେ ମଲେ।
블레셋이 성읍들을 차지하다
7ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିସ୍ଥ ସମସ୍ତ ଇସ୍ରାଏଲ ଲୋକ ଆପଣାମାନଙ୍କ ନଗରସବୁ ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ। 8ଏଥିଉତ୍ତାରେ ପରଦିନ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ପୁତ୍ରମାନଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ। 9ତହୁଁ ସେମାନେ ତାଙ୍କର ସଜ୍ଜା ଫିଟାଇ ତାଙ୍କର ମସ୍ତକ ଓ ସଜ୍ଜା ନେଇ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ। 10ପୁଣି, ସେମାନେ ତାଙ୍କର ସଜ୍ଜା ଆପଣାମାନଙ୍କ ଦେବ ମନ୍ଦିରରେ ରଖିଲେ ଓ ତାଙ୍କର ମସ୍ତକକୁ ଦାଗୋନ୍ ମନ୍ଦିରରେ ଟାଙ୍ଗି ଦେଲେ।
야베스 사람들이 사울을 장사하다
11ଏଉତ୍ତାରେ ଯାବେଶ-ଗିଲୀୟଦୀୟ ସମସ୍ତେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ ସକଳ କର୍ମର ସମ୍ବାଦ ପାଆନ୍ତେ, 12ସମସ୍ତ ବିକ୍ରମଶାଳୀ ଲୋକ ଉଠି ଶାଉଲଙ୍କର ଶରୀର ଓ ତାଙ୍କର ପୁତ୍ରମାନଙ୍କ ଶରୀର ଯାବେଶକୁ ନେଇ ଆସିଲେ ଓ ଯାବେଶସ୍ଥ ଅଲୋନ ବୃକ୍ଷ ମୂଳେ ସେମାନଙ୍କର ଅସ୍ଥି ପୋତି ସାତ ଦିନ ଉପବାସ କଲେ। 13ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ। 14ଏହେତୁ ସେ ତାଙ୍କୁ ବଧ କଲେ ଓ ଯିଶୀର ପୁତ୍ର ଦାଉଦଙ୍କୁ ରାଜ୍ୟ ଦେଲେ।