Jeremias 26
Fica no átrio e fala
1ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା, 2“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ। 3ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। 4ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, 5ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ; 6ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
Os sacerdotes exigem a sua morte
7ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ। 8ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ। 9‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ। 10ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ। 11ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।” 12ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। 13ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। 14ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।
15କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
Jeremias é poupado
16ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।” 17ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ଲୋକମାନଙ୍କ ସମସ୍ତ ସମାଜକୁ ଏହି କଥା କହିଲେ, 18“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’ 19ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”
O profeta Urias
20ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ। 21ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା। 22ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା; 23ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା। 24ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।