Ефесянам 2

Благодатью вы спасены

1ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି, 2ଅର୍ଥାତ୍‍ ଯେଉଁ ଜଗତ୍‍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; 3ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ; 4ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, 5ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ, 6ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, 7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି। 8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ। 10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

Стена вражды разрушена

11ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, 12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର। 13କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ। 14କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି, 15ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି, 16ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି। 17ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ; 18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।

Христос краеугольный камень

19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।

Скопировано!
Aa