列王纪上 14

亚希雅斥责耶罗波安

1ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା। 2ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍‍ବକ୍ତା ସେଠାରେ ଅଛି। 3ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।” 4ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା। 5ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।” 6ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। 7ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; 8ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;

9ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ; 10ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା। 11ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’ 12ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ। 13ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍‍ଭାବ ଦେଖାଯାଇଅଛି। 14ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ। 15କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି। 16ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”

17ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା। 18ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।

拿答接续耶罗波安

19ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି। 20ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍‍ ତାଙ୍କର ପଦରେ ରାଜ୍ୟ କଲେ।

罗波安作犹大王

21ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ। 22ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ। 23କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ; 24ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।

示撒掠夺圣殿

25ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା; 26ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା। 27ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ। 28ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ। 29ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?

30ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା। 31ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

已复制!
Aa