列王纪下 24

巴比伦掌权

1ଯିହୋୟାକୀମ୍‍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ। 2ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍‍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ। 3ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ, 4ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ। 5ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

约雅斤作犹大王

6ଏଥିଉତ୍ତାରେ ଯିହୋୟାକୀମ୍‍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ। 7ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍‍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ। 8ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍‍ନାଥନ୍‍ର କନ୍ୟା। 9ଯିହୋୟାଖୀନ୍‍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

第一次被掳

10ସେସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା। 11ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ନଗରରେ ଉପସ୍ଥିତ ହେଲା। 12ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍‍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା। 13ଆଉ ନବୂଖଦ୍‍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା। 14ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ। 15ଆହୁରି ନବୂଖଦ୍‍ନିତ୍ସର ଯିହୋୟାଖୀନ୍‍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା। 16ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍‍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ। 17ପୁଣି ବାବିଲର ରାଜା ଯିହୋୟାଖୀନ୍‍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।

西底家作犹大王

18ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍‍; ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା। 19ଆଉ ସେ ଯିହୋୟାକୀମ୍‍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। 20କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍‍ନିତ୍ସରର ବିଦ୍ରୋହୀ ହେଲେ।

已复制!
Aa