撒母耳记下 11

大卫与拔示巴

1ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ। 2ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା। 3ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?” 4ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା। 5ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି। 6ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା। 7ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ। 8ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।

9ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ। 10ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?” 11ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।” 12ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା। 13ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।

杀死乌利亚的信

14ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ। 15ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।” 16ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା। 17ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା। 18ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା; 19ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ, 20ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?

21ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’” 22ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା। 23ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ। 24ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।” 25ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”

大卫娶她为妻

26ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା। 27ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।

已复制!
Aa