诗篇 56

我倚靠神,必不惧怕

1ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍ ରହୋକୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍‍ ନଗରରେ ଧରିବା ସମୟରେ ରଚିତ। ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋʼ ପ୍ରତି ଉପଦ୍ରବ କରଇ। 2ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋʼ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ। 3ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। 4ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ?

5ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋʼ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ। 6ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋʼ ପ୍ରାଣର ଅପେକ୍ଷା କରିଅଛନ୍ତି। 7ସେମାନେ କʼଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। 8ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କʼଣ ତୁମ୍ଭ ପୁସ୍ତକରେ ନାହିଁ?

9ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋʼ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ। 10ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। 11ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କʼଣ କରି ପାରିବ?

12ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି। 13କାରଣ ତୁମ୍ଭେ ମୃତ୍ୟୁୁରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କʼଣ ପତନରୁ ମୋʼ ଚରଣକୁ ଉଦ୍ଧାର କରିବ ନାହିଁ?

已复制!
Aa